କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗିରଫ କରାଯାଇଥିବା ୫ଜଣ ଦୋଷୀଙ୍କୁ ଜାମିନ ମିଳିଛି । ୩ ନିର୍ଦ୍ଦେଶକଙ୍କ ସମେତ ୨ ସୁରକ୍ଷାକର୍ମୀଙ୍କୁ ଭୁବନେଶ୍ବର ଜେଏମ୍ଏଫ୍ସି-୨ କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ନିର୍ଦ୍ଦେଶକ ଶିବାନନ୍ଦ ମିଶ୍ର, ପ୍ରତାପ ଚମ୍ପତି, ସୁଧୀର ରଥଙ୍କ ସମେତ ରକ୍ଷାକର୍ମୀ ରମାକାନ୍ତ ନାୟକ ଓ ଯୋଗେନ୍ଦ୍ର ବେହେରାଙ୍କୁ ଜାମିନ ପ୍ରଦାନ କରିଛନ୍ତି କୋର୍ଟ ।
ଜଣେ ଜାମିନଦାର ଓ ୨୦ ହଜାର ଟଙ୍କା ବେଲ୍ ବଣ୍ଡରେ ଜାମିନ ଆଧାରରେ କୋର୍ଟ ଏହି ଜାମିନ ପ୍ରଦାନ କରିଛନ୍ତି । ଅନ୍ୟପକ୍ଷରେ କିଟ୍ ରେ ଛାତ୍ରୀ ଆତ୍ମହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପାଇଁ ରାଜ୍ୟ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଘଟଣାର କାରଣ ଖୋଜିବ ଏହି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ । ଏହି ଟିମ ରିପୋର୍ଟ ଦେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି । କିଟ୍ ଘଟଣାକୁ ନେଇ ଆକ୍ସନ ମୋଡ୍ ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନେପାଳ ଛାତ୍ରୀ ଆତ୍ମହତ୍ୟା ଘଟଣାର ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । ଏହି କମିଟିରେ ସ୍ଥାନ ପାଇଛନ୍ତି ୩ଟି ବିଭାଗର ସଚିବ । କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ ସ୍ଥାନ ପାଇଛନ୍ତି ।
ଗିରଫ ହଉ ହଉ ମିଳିଗଲା ଜାମିନ
କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗିରଫ କରାଯାଇଥିବା ୫ଜଣ ଦୋଷୀଙ୍କୁ ଜାମିନ ମିଳିଛି ।