ସୁଭଦ୍ରା ହିତାଧିକାରୀଙ୍କ ମୁହଁରେ ଫୁଟିଲା ହସ । ଅନେକ ଅପେକ୍ଷା ପରେ ଦୂର ହେଲା ଦ୍ବନ୍ଦ୍ବ । ଶେଷରେ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ଆସନ୍ତାକାଲି ଅର୍ଥାତ ଶନିବାର ହିତାଧିକାରୀଙ୍କ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ତେବେ ପୂର୍ବ ପର୍ଯ୍ୟାୟ ଗୁଡିକରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ଆସିଥିଲେ ବି ମୋବାଇଲକୁ କୌଣସି ମେସେଜ ଆସି ନ ଥିଲା। ଏ ନେଇ ଅନେକ ହିତାଧିକାରୀ ବ୍ୟସ୍ତ ହୋଇପଡିଥିଲେ । ଅଧିକାଂଶଙ୍କ ପାଖରେ ଫୋନରେ ୟୁପିଆଇ ବ୍ୟବସ୍ଥା ନ ଥିବା ହେତୁ ଟଙ୍କା ଆସିଛି କି ନାହିଁ ସେମାନେ ସ୍ପଷ୍ଟ ହୋଇପାରୁନଥିଲେ । କେଉଁଠି କେଉଁଠି ବ୍ୟାଙ୍କ କିମ୍ବା ଏଟିଏମ ଯାଇ ତୁରନ୍ତ ଚେକିଂ କରିବାର ବ୍ୟବସ୍ଥା ମଧ୍ୟ ଉପଲବ୍ଧ ନାହିଁ । ଏପରି କ୍ଷେତ୍ରରେ କେମିତି ଜାଣିବେ ଟଙ୍କା ଆପଣଙ୍କ ଖାତାକୁ ଆସିଛି କି ନାହିଁ । ଟଙ୍କା ଆସିଛି କି ନାହଁ ଜାଣିବା ପାଇଁ ସରକାରୀ ୱେବସାଇଟ ସୁଭଦ୍ରା ପୋର୍ଟାଲକୁ ଯାଆନ୍ତୁ। ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ଣ୍ଣରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ। ପୋର୍ଟାଲ ଖୋଲିବା ପରେ ଆପଣଙ୍କ ଡାହାଣ ପାଖରେ କର୍ଣ୍ଣରରେ ଆବେଦନ ସ୍ଥିତି ଉପରେ କ୍ଲିକ କରନ୍ତୁ । ତାପରେ ଆପଣ ସାମ୍ନାରେ ଏକ ବକ୍ସ ଖୋଲିବ, ଯେଉଁଥିରେ ଆପଣଙ୍କୁନ ନିଜର ଆଧାର ନଂ ଦାଖଲ କରିବାକୁ ପଡ଼ିବ । ଏକ ପୃଷ୍ଠା ଖୋଲିବ ଯେଉଁଥିରେ ହିତାଧିକାରୀଙ୍କ ବିବରଣୀ ଦେଖାଯିବ । ତଳେ ଏକ ବକ୍ସ, ଇ କେୱାଇସି ଷ୍ଟାଟସ, ଇ କେୱାଇସି ପ୍ରକାର, ସୱୀକୃତି ସ୍ଥିତି, ପେମେଣ୍ଟ ସ୍ଥିତି ଦେଖାଯିବ ।