Saturday, March 1, 2025
spot_imgspot_imgspot_imgspot_img
Homeସ୍ପେଶାଲ୍ ରିପୋର୍ଟଆଜି ମହାଶିବରାତ୍ରି

ଆଜି ମହାଶିବରାତ୍ରି

ରାଜ୍ୟର ପ୍ରମୁଖ ଶୈବପୀଠମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ଼

ମହାଶିବରାତ୍ରି ଜାଗର ପାଇଁ ସାରା ରାଜ୍ୟର ପ୍ରମୁଖ ଶୈବପୀଠମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି । ରାଜଧାନୀର ଲିଙ୍ଗରାଜ ମନ୍ଦିର,କଟକର ଧବଳେଶ୍ବର, ଗଡ଼ଗଡ଼େଶ୍ବର ପୀଠ, ଭଦ୍ରକର ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ, ନୟାଗଡ଼ର ଲଡ଼ୁବାବା ପୀଠ, ସମ୍ବଲପୁରର ପ୍ରସିଦ୍ଧ ଶୈବ ପୀଠ ହୁମା ବିମଳେଶ୍ବର ବାବାଙ୍କ ବକ୍ର ମନ୍ଦିର, ପୁରୀର ଲୋକନାଥ ମନ୍ଦିର ଓ ରାଉରକେଲାର ବେଦବ୍ୟାସ ଆଦି ଶୈବପୀଠରେ ଆଜି ଭୋର ସମୟରୁ ହଜାର ହଜାର ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ସାରାଦିନ ଉପାସ ରହି ଓ ରାତି ଉଜାଗର ରହି ମହାଶିବରାତ୍ରି ପାଳନ କରୁଛନ୍ତି ଶ୍ରଦ୍ଧାଳୁ। ମହାଦେବଙ୍କ ଦର୍ଶନ ଓ ଜଳଲାଗି କରିବା ପାଇଁ ସବୁ ସ୍ଥାନରେ ଥିବା ଶିବମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି। ଭଦ୍ରକ ଜିଲ୍ଲା ପ୍ରସିଦ୍ଧ ଶୈବ ପୀଠ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ବାବାଙ୍କ ଯଥା ରୀତି ପୂଜାଅର୍ଚ୍ଚନା ଆରମ୍ଭ କରାଯାଇଛି। ଜାଗର ଉତ୍ସବ ଓ ମହା ଶିବରାତ୍ରି ପାଇଁ ଉତ୍ସବ ମୁଖର ହୋଇଛି ଆରଡ଼ି ପୀଠ। ଲକ୍ଷାଧିକ ଭକ୍ତଙ୍କ ସମାଗମ ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏହାଛଡ଼ା ଓଡ଼ିଶାରେ ଥିବା ଅଧିକାଂଶ ଶିବମନ୍ଦିରରେ ମଧ୍ୟ ସକାଳୁ ଭକ୍ତଙ୍କ ସମାଗମ ହୋଇଛି। ସେହିପରି ଅନ୍ୟ ଶୈବ ପୀଠ ମାନଙ୍କରେ ମଧ୍ୟ ଭକ୍ତଙ୍କ ଭିଡ ଜମିଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments