Friday, January 31, 2025
spot_imgspot_imgspot_imgspot_img
Homeପାଣିପାଗଆସୁଛି ବଡ ବର୍ଷା !

ଆସୁଛି ବଡ ବର୍ଷା !

ଆସୁଛି ବଡ ବର୍ଷା !

ଚାଷୀଙ୍କୁ ଘାରିଛି ବର୍ଷା ଭୟ । ଦକ୍ଷିଣ ଓଡ଼ିଶା ପାଇଁ ପାଣିପାଗ ବିଭାଗ ପକ୍ଷରୁ ବର୍ଷା ସତର୍କ ସୂଚନା ଜାରି କରାଯାଇଛି । ଯାହାକୁ ନେଇ ଧାନ ଚାଷୀ ଏବେ ଚିନ୍ତାରେ । ଅନେକ ସ୍ଥାନରେ ଧାନ କଟା ସଂପୂର୍ଣ୍ଣ ହୋଇନଥିବାବେଳେ କେତେକ ଚାଷୀ ଖଳାରେ ଗଦା ହୋଇଥିବା ଏକର ଏକର ଫସଲର ଧାନ ନଷ୍ଟ ହେବା ଆଶଙ୍କାରେ ଅଛନ୍ତି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପର ପ୍ରଭାବରେ ଆସନ୍ତା ୨୨ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ବାୟୁର ଦିଶା ପରିବର୍ତ୍ତନକୁ ନେଇ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହୋଇପାରେ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ବାୟୁର ଦିଶା ପରିବର୍ତ୍ତନକୁ ନେଇ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହୋଇପାରେ । ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷା, ୨୦ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ୨୧ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

RELATED ARTICLES

LEAVE A REPLY

Please enter your comment!
Please enter your name here

Most Popular

Recent Comments