ବାଜିଲା ମୋହର । ବଢ଼ିଲା ଭତ୍ତା । ଏଣିକି ୮୦ ବର୍ଷରୁ ଅଧିକ ବୟସ୍କ ଏବଂ ୮୦%ରୁ ଅଧିକ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ମାସିକ ୩,୫୦୦ ଟଙ୍କା ଭତ୍ତା ମିଳିବ । ପୂର୍ବରୁ ଏହି ଭତ୍ତା ୧୨୦୦ ଟଙ୍କା ଥିବା ବେଳେ ଏବେ ଏହାକୁ ବୃଦ୍ଧି କରାଯାଇଛି । ଶୁକ୍ରବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହାର ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। ସୂଚନା ଅନୁସାରେ ରାଜ୍ୟ କ୍ୟାବିନେଟ୍ ବୈଠକରେ ୯ ପ୍ରସ୍ତାବରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାକୁ ୫ ବର୍ଷ ପାଇଁ ଅନୁମୋଦନ ମିଳିଛି। ସୁଭଦ୍ରା ଯୋଜନାକୁ ନେଇ କ୍ୟାବିନେଟ୍ରେ ବଡ଼ ନିଷ୍ପତ୍ତି ନିଆଯାଇଛି। ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଥିଲେ ୨ କିସ୍ତି ମିଳିବ। ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ୨୫ ହଜାର ସବ୍ସିଡି ଶକ୍ତି ବିଭାଗ ଦେବ ବୋଲି ଜଣାପଡ଼ିଛି।