ଏବେ ଯାଏଁ ସୁଭଦ୍ରା ଟଙ୍କାକୁ ନେଇ ଦ୍ବନ୍ଦ୍ବରେ ରହିଛନ୍ତି ମହିଳା । ବାଦ ପଡିଥିବା ହିତାଧିକାରୀ କେବେ ଟଙ୍କା ମିଳିବ ସେ ନେଇ ଆଶା ବାନ୍ଧି ରହିଛନ୍ତି । ତେବେ ବର୍ତ୍ତମାନ ପୁଣି ସୁଭଦ୍ରାକୁ ନେଇ ବଡ ଘୋଷଣା କରିଛନ୍ତି ପ୍ରଭାତି ପରିଡା । ଉପମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ ଏପ୍ରିଲ ୨୨ ଓ ୨୩ ତାରିଖରେ ନୂତନ ଆବେଦନକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ ସେମାନେ ପାଇବେ ବୋଲି କହିଛନ୍ତି ପ୍ରଭାତି । ଏପ୍ରିଲ ୨୨ରେ ମିଳିବ ‘ସୁଭଦ୍ରା’ କିସ୍ତି । ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ପ୍ରଥମ କିସ୍ତିର ଷଷ୍ଠ ପର୍ଯ୍ୟାୟ ଟଙ୍କା ଦିଆଯିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏପ୍ରିଲ ୨୨ ଓ ୨୩ ତାରିଖରେ ନୂତନ ଆବେଦନକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ ସେମାନେ ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହ ସେ କହିଛନ୍ତି ଯେ, ଏଇ ରବିବାର ସୁଦ୍ଧା ୧ ଲକ୍ଷ ୭୦ ହଜାର ନୂଆ ଆବେଦନ କରିଛନ୍ତି । ସେହିପରି ସେ ଆହୁରି କହିଛନ୍ତି, ସୁଭଦ୍ରାକୁ ସହଜ କରିବା ପାଇଁ ସର୍ଭେ ହେବ । ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ଦିଆଯିବ । ତୃତୀୟ କିସ୍ତି ପରେ ଯେଉଁମାନଙ୍କ ବୟସ ୨୧ ବର୍ଷ ହୋଇଯାଇଥିବ ସେମାନଙ୍କ ପାଇଁ ପୁଣି ସୁଭଦ୍ରା ପୋର୍ଟାଲ ଓପନ୍ ହେବ । ତେବେ ପୂର୍ବରୁ ମାର୍ଚ୍ଚ ୩୧ ତାରିଖ ଆବେଦନର ଶେଷ ହେବ ବୋଲି କୁହାଯାଇଥିଲା । ଏବେ ସୁଦ୍ଧା ଯାହା ରିପୋର୍ଟ ଆସିଛି ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ନୂଆ ଆବେଦନ ଆସିଛି । ଜିଲ୍ଲାୱାରୀ ସବୁ ଆବେଦନର ସର୍ଭେ କରାଯିବ । ଆସନ୍ତା ୨୨ ଏବଂ ୨୩ ତାରିଖରେ ଏହି ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ ସେମାନେ ସୁଭଦ୍ରା ଟଙ୍କା ପାଇବେ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି ।